
ଦେଶରେ ଏବେ ବଢୁଥିବା କରୋନା ସଂକ୍ରମଣ ହାରରେ ବ୍ରେକ ଲାଗିଛି | ଫଳରେ ଦିନକୁ ଦିନ ସଂକ୍ରମଣ ହାର କମିବାରେ ଲାଗୁଛି | କରୋନା ଗ୍ରାଫ ଏବେ ତଳ ମୁହାଁ ରହିଛି | କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୫୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୧ ଛୁଇଁଛି ।
ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୫୧୦୬ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୪ ଲକ୍ଷ ୬୭ ହଜାର ୭୭୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୧୬୫୧୦ ସଂକ୍ରମିତ ପ୍ରାଣ ହରାଇଛନ୍ତି |
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୯୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮ ଜଣ ରହିଛନ୍ତି ।