ଦେଶରେ କମୁଛି କରୋନାର ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୫୪୭୬ ଆକ୍ରାନ୍ତ ଚିହ୍ନଟ

କରୋନା ଭୟରୁ ଧୀରେ ଧୀରେ ମିଳୁଛି ନିସ୍ତାର । କମୁଛି କରୋନା ର ଦୈନିକ ସଂକ୍ରମିତ ଙ୍କ ସଂଖ୍ୟା । ତଳ ମୁହାଁ ରହିଛି କରୋନା ଗ୍ରାଫ୍। କରୋନା ସଂକ୍ରମଣ ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫୮ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୪୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୫୮ ଛୁଇଁଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୯ ଲକ୍ଷ ୬୨ ହଜାର ୯୫୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୫୯୪୪୨ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୩ ଲକ୍ଷ ୮୮ ହଜାର ୪୭୫ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷ ୧୫ ହଜାର ୩୬ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Related Posts