
ନୂଆଦିଲ୍ଲୀ: ଦେଶରେ ଦୋଳି ଖେଳୁଛି କରୋନା ର ଦୈନିକ ସଂକ୍ରମିତଙ୍କ ସଂଖ୍ୟା | ଦୈନିକ ସଂକ୍ରମଣ ହାର ଉପର ତଳ ହେଉଛି | କିଛି ଦିନ ବ୍ୟବଧାନ ପରେ ଏବେ ଦେଶରେ କାୟା ମେଲାଇବା ପରେ ଖସିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୩୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ୧୪୯୯୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୯୪ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୩୪୮ ସଂକ୍ରମିତ ପ୍ରାଣ ହରାଇଛନ୍ତି ।