ଦେଶରେ ଦୋଳି ଖେଳୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧୧,୭୩୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଉପର ତଳ ହେଉଛି କରୋନା ର ଦୈନିକ ସଂକ୍ରମଣ । କିଛି ଦିନର ବ୍ୟବଧାନ ପରେ ଏବେ ସଂକ୍ରମଣ ପୁଣି ଥରେ ଉପର ମୁହଁ ହୋଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୭୩୯ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୨୫ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୫,୯୪୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୩୮୯,୯୭୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୯୯୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦୯୧୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୭୨୩,୯୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୨୫୭୬।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୭,୦୮,୫୧,୫୮୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୦୭,୧୨,୦୭୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୫୩,୯୪୦ଟି ନମୁନା

Related Posts