ରାଜଧାନୀରେ ପାରିବାରିକ କଳହରୁ ଦମ୍ପତ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ; ସ୍ତ୍ରୀ ମୃତ ଓ ସ୍ୱାମୀ ଗୁରୁତର

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜଧାନୀରେ ପାରିବାରିକ କଳହରୁ ଦମ୍ପତ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ । ସେପଟେ ଉଭୟଙ୍କ ଭିତରୁ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ, ସ୍ୱାମୀ ଗୁରୁତର ଥିବା ଜଣାଯାଇଛି। ଲକ୍ଷ୍ମୀ ସାଗର ସିଦ୍ଧେଶ୍ଵରୀ ଆପାର୍ଟମେଣ୍ଟରେ ଘଟିଛି ଏହି ଘଟଣା। ଅନ୍ୟପଟେ ପୁଅ ଓ ଝିଅ ସ୍କୁଲ ଯାଇଥିବା ବେଳେ ସ୍ୱାମୀ ଓ ସ୍ତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିଲେ।

ଫ୍ୟାନରେ ଓଢ଼ଣୀ ଲଗାଇ ସ୍ୱାମୀ ସ୍ତ୍ରୀ ଝୁଲି ପଡ଼ିଥିଲେ। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ପାରିବାରିକ କଳହରୁ ଏଭଳି ଘଟଣା ଘଟିଥିବା କୁହାଯାଉଛି। ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।

Related Posts