ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ, ଆଜି ୧୫୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ପ୍ରତ୍ୟେକ ଦିନ ରାଜ୍ୟରେ ଦ୍ରୁତଗତିରେ ବଢିବାରେ ଲାଗିଛି କରୋନା । ରାଜ୍ୟରେ ସ୍ଥିତି ଦିନକୁ ଦିନ ଅଣାୟତ ହୋବାକୁ ଲାଗିିଛି । ରାଜ୍ୟରେ ଆଜି ୧୫୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସଂଘରୋଧ କେନ୍ଦ୍ରରୁ ୯୪୮ ଜଣ ଚିହ୍ନଟ ହୋଇଥିବା ବେଳେ ୫୮୦ ଜଣ ସ୍ଥାନୀୟ ସଂକ୍ରମଣ  ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ୪୫୫କୁ ବୃଦ୍ଧି ପାଇଛି । ରାଜ୍ୟରେ ଏବେ ୧୫ ହଜାର ୩୩୪ ଜଣ ସକ୍ରିୟ ଆକ୍ରାନ୍ତ ରହିଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ମୃତ ୧୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ସୂଚନା ମିଳିଛି ।

Related Posts