ଥମୁନି କରୋନାର କରାଳ ରୂପ : ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି

ରାଜ୍ୟରେ ପ୍ରତ୍ୟେକ ଦିନ କ୍ରମାଗତ ଭାବରେ ବଢି ଚାଲିଛି କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୬୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ରେ ପହଂଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୩ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୬୨୬ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ଆଜି ୯ଜଣ କରୋନାରେ ପ୍ରାଣ ହରାଇଛନ୍ତି । ବର୍ତ୍ତମାନ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି ।

ରାଜ୍ୟରେ ମୋଟ ୪୦୭୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୭୦୦ ଜଣ ସକ୍ରିୟ ଥିବା ବେଳେ ୨୫୫୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୦୦୫୯୧ଟି ନମୁନା ପରିକ୍ଷା ହୋଇ ସାରିଛି ।

Related Posts