ଭୁବନେଶ୍ବରରେ ବ୍ରାଉନସୁଗାର ବେପାରକୁ ବିରୋଧ କରିବାରୁ ମରଣାନ୍ତକ ଆକ୍ରମଣ; ଗୁରୁତର ଯୁବକ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ବ୍ରାଉନସୁଗାର ବେପାରକୁ ବିରୋଧ କରିବାରୁ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ । ଭୁବନେଶ୍ବର ନୟାପଲ୍ଲୀ ଅଞ୍ଚଳରେ ଏଭଳି ଘଟଣା ଘଟିଛି। ଗୁରୁତର ଯୁବକ ଜଣକ ହେଲେ ସାଲିଆ ସାହିର ନୀଳଚଳ ବେହେରା। ଗୁରୁତର ଅବସ୍ଥାରେ ନୀଳଚଳଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସାଲିଆ ସାହିରେ ବ୍ରାଉନ ସୁଗାର ବେପାରକୁ ନୀଳାଚଳ ବେହେରା ବିରୋଧ କରି ଆସୁଥିଲେ । ଆଜି ନୀଳାଚଳ ଖାଇବାକୁ ଯାଉଥିବା ବେଳେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ୬ ଜଣ ନୀଳାଚଳଙ୍କୁ ଗୋଡାଇ ଗୋଡାଇ ହାଣିଥିଲେ। ଏଥିରେ ନୀଳାଚଳ ଗୁରୁତର ଆହତ ହୋଇଥିଲେ। ଖବର ପାଇ ନୟାପଲ୍ଲୀ ଥାନା ପୋଲିସ ପହଞ୍ଚି ନୀଳାଚଳଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି। ଅନ୍ୟପକ୍ଷରେ ଆକ୍ରମଣକାରୀ ୬ ଜଣ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିବା ସହିତ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିବା ସୂଚନା ମିଳିଛି।

Related Posts