
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜଧାନୀ ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ ୨୭ ଜଣଙ୍କ ମୃତ୍ୟୁ ଘଟିଛି । ସେପଟେ ବର୍ତ୍ତମାନ ମଧ୍ୟ ସେଠାରେ ଉଦ୍ଧାର କାର୍ଯ୍ୟ ଚାଲିଥିବାବେଳେ ଏହା ଆହୁରି ୨ ରୁ ୩ ଘଣ୍ଟା ସମୟ ଲାଗିପାରେ ବୋଲି କୁହାଯାଉଛି । ଏହା ମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ତେବେ ମୃତକଙ୍କ ପରିବାରକୁ ୧୦-୧୦ ଲକ୍ଷ ଲେଖାଏଁ ଟଙ୍କା ସହାୟତ ସହ ଆହତଙ୍କୁ ୫୦-୫୦ ହାଜର ଟଙ୍କାର ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।
ଏହା ସହ ଘୋଟଣାର ଦୋଷୀଙ୍କୁ ଧରି ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି । ଅନ୍ୟପଟେ ଶୁକ୍ରବାର ଅପରାହ୍ନରେ ମୁଣ୍ଡକାରେ ଥିବା ଏକ ଗୋଦାମ ଘରେ କୌଣସି କାରଣୁ ନିଆଁ ଲାଗିଯିବା ଫଳରେ ସେଠାରେ ଥିବା ଲୋକଙ୍କ ମଧ୍ୟରୁ ୨୭ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ପ୍ରାୟ ୪୦ ଜଣ ଆହତ ଅବସ୍ଥାରେ ଚିକିତ୍ସିତ ହେଉଥିବାବେଳେ ଆଉ ପ୍ରାୟ ୧୦୦ ଲୋକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି । ଏ ଖବର ସାମ୍ନାକୁ ଆସିବା ପରେ ସାରା ଦେଶର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।