ଗିରଫ ପରେ ଜୁନ ୯ ପର୍ଯ୍ୟନ୍ତ ଇଡି ହେପାଜତକୁ ଗଲେ ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଅର୍ଥ ହେରଫେର ମାମଲାରେ ଗିରଫ ହେବା ପରେ ଜୁନ ୯ ପର୍ଯ୍ୟନ୍ତ ଇଡି ହେପାଜତକୁ ଗଲେ ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍ । ସୋମବାର ତାଙ୍କୁ ଅର୍ଥ ହେରଫେର ମାମଲାରେ ଗିରଫ କରିଥିଲା ଇଡି। ଏହି ମାମଲାର ଉତ୍ସ ଏବଂ ଅର୍ଥର ସନ୍ଧାନ ପାଇଁ ଇଡି ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ୧୪ଦିନ ହେପାଜତକୁ ନେବାକୁ ଆବେଦନ କରିଥିଲେ।

ଆମ୍ ଆଦମୀ ପାର୍ଟି (ଆପ୍) ନେତା ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ଇଡି କରିଥିବା ଅନୁସନ୍ଧାନରୁ ଜଣାପଡିଥିଲା ଯେ ୨୦୧୫-୧୬ ମସିହାରେ ଯେତେବେଳେ ଜୈନ ଜଣେ ସରକାରୀ କର୍ମଚାରୀ ଥିଲେ, ସେତେବେଳେ ତାଙ୍କ ମାଲିକାନାରେ ଥିବା ତଥା ତାଙ୍କ ଦ୍ବାରା ନିୟନ୍ତ୍ରିତ କମ୍ପାନି ହାୱାଲା ନେଟୱାର୍କ ମାଧ୍ୟମରେ ସେଇ କମ୍ପାନିରୁ ୪.୮୧ କୋଟି ଟଙ୍କା ନେଇଥିଲା। ୨୦୧୭ରେ ଆୟରୁ ଅଧିକ ସମ୍ପତ୍ତି ରଖିଥିବା ଅଭିଯୋଗରେ ତାଙ୍କ ବିରୋଧରେ ସିବିଆଇ ଏତଲା ରୁଜୁ କରିଥିଲା। ଏବେ ଏହାର ତଦନ୍ତ କରି ଇଡି ସତ୍ୟେନ୍ଦ୍ର ଜୈନଙ୍କୁ ଗିରଫ କରିଛି।

Related Posts