ଧାମନଗର ଉପନିର୍ବାଚନ; ନାମାଙ୍କନ ଦାଖଲ କଲେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ । ଆଜି ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ସୁରଜ । ସୁରଜ୍ ହେଉଛନ୍ତି ଧାମନଗରର ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ।ତେବେ ନିଜ ପୈତୃକ ଗାଁ ତିହିଡି ମଙ୍ଗରାଜପୁର ଓ ଭଦ୍ରକ ସ୍ଥିତ କୁଆଁସ ବାସଭବନରେ ବାପାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇ ସେ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ନିକଟରେ ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଥିଲା । ଏହାପରେ ଏଠାରେ ଉପନିର୍ବାଚନ ଘୋଷଣା ହୋଇଛି । ବିଜେପି ପକ୍ଷରୁ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୁରଜଙ୍କ ନାମ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା । ଆଉ ଆଜି ସେ ନାମାଙ୍କନ ଦାଖଲ କରିଛନ୍ତି । ସେପଟେ ବିଜେଡି ଓ କଂଗ୍ରେସ ପକ୍ଷରୁ କୌଣସି ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇନାହିଁ । ଆଜି କଂଗ୍ରେସ ନିଜ ପ୍ରାର୍ଥୀ ଘୋଷଣା କରିବା ନେଇ ସୂଚନା ମିଳିଥିବା ବେଳେ ଦିନେ କି ଦୁଇ ଦିନ ମଧ୍ୟରେ ବିଜେଡି ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିବ ବୋଲି ଅନୁମାନ କରାଯାଉଛି ।

Related Posts