୨୦୨୧ ମସିହା ପାଇଁ ଧର୍ମପଦ ପୁରସ୍କାର ଘୋଷଣା

ଭୁବନେଶ୍ୱର: ୨୦୨୧ ମସିହା ପାଇଁ ଧର୍ମପଦ ପୁରସ୍କାରର ଘୋଷଣା । ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଧର୍ମପଦ ପୁରସ୍କାରର ଘୋଷଣା କରାଯାଇଛି ।

ଧର୍ମପଦ ପୁରସ୍କାର ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ଚୟନ କରାଯାଇଛି । ସେହିପରି ଶିଳ୍ପୀ ସମ୍ୱର୍ଦ୍ଧନା ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ଜ୍ୟୋତିର୍ମୟୀ ମହାନ୍ତି, ବଳଦେବ ମହାରଥା, ପଞ୍ଚାନନ ସୁର, ଦୁର୍ଗା ଚରଣ ପଣ୍ଡା ଏବଂ ବରିଷ୍ଠ ଭାସ୍କର୍ଯ୍ୟ ଶିଳ୍ପୀ ଦେବେନ୍ଦ୍ର ମିଶ୍ରଙ୍କୁ ଚୟନ କରାଯାଇଛି ।

ଓଡ଼ିଶା ସରକାରଙ୍କ ପକ୍ଷରୁ ଚିତ୍ରକଳା ଓ ସ୍ଥାପତ୍ୟ କ୍ଷେତ୍ରରେ ପ୍ରଦାନ କରାଯାଉଥିବା ଏହା ସର୍ବୋଚ୍ଚ ସମ୍ମାନ । ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ଚିତ୍ରଶିଳ୍ପୀ ଓ ଭାସ୍କର୍ଯ୍ୟ ଶିଳ୍ପୀଙ୍କ ସମଗ୍ର ଜୀବନର ନିରବଚ୍ଛିନ୍ନ ସାଧନା ନିମନ୍ତେ ଏହି ପୁରସ୍କାର ଓ ସମ୍ୱର୍ଦ୍ଧନା ୧୯୮୭ ମସିହାରୁ ପ୍ରଦାନ କରାଯାଇ ଆସୁଅଛି । ତେବେ ଧର୍ମପଦ ପୁରସ୍କାର ପାଇଁ ୫ ଲକ୍ଷ ଟଙ୍କା ଓ ଶିଳ୍ପୀ ସମ୍ୱର୍ଦ୍ଧନା ପାଇଁ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ ।

Related Posts