ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଉପରକୁୁ ଆକ୍ରମଣ ଘଟଣାକୁ ତୀବ୍ର ନିନ୍ଦା କଲେ ଧର୍ମେନ୍ଦ୍ର ପ୍ରଧାନ; କହିଲେ ଦୋଷୀଙ୍କ ବିରୋଧରେ ନିଆଯାଉ ଶକ୍ତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବିଜେପି ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଉପରକୁୁ ଆକ୍ରମଣ ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ଟ୍ୱିଟ କରିଥିବାର ଦେଖିବାକୁ ମିଳିଛି । କେନ୍ଦ୍ରମନ୍ତ୍ରୀ ଟ୍ୱିଟ କରି କହିଛନ୍ତି, ‘ଆମ ଦଳର ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ିକୁ ମଝି ରାସ୍ତାରେ ଅଟକାଇ ଗାଡ଼ି ଚାଳକ ଓ ସୁରକ୍ଷାକର୍ମୀଙ୍କୁ ଦିନ ଦ୍ୱିପହରରେ ଆକ୍ରମଣ କରିବା ଘଟଣାକୁ ନିନ୍ଦା କରୁଛି’ ।

ରାଜ୍ୟର ବିଭିନ୍ନ ସ୍ଥାନରେ ରାଜନୈତିକ ଆକ୍ରୋଶ ରଖି ହେଉଥିବା ଆକ୍ରମଣରୁ ସ୍ପଷ୍ଟ ମନେ ହେଉଛି ଯେ ଆଇନଶୃଙ୍ଖଳା ପରିସ୍ଥିତି ଧୀରେଧୀରେ ରାଜ୍ୟ ସରକାରଙ୍କ ହାତରୁ ଖସିବାକୁ ଯାଉଛି, ଯାହା ରାଜ୍ୟ ପାଇଁ ଶୁଭଙ୍କର ନୁହେଁ । ଯେଉଁଠି ଜନପ୍ରତିନିଧି ସୁରକ୍ଷିତ ନୁହନ୍ତି, ସେଠାରେ ସାଧାରଣ ଲୋକ କିପରି ସୁରକ୍ଷିତ ରହିପାରିବେ ବୋଲି ସେ ପ୍ରଶ୍ନ କରିଛନ୍ତି। ଏହି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ପୋଲିସ ପ୍ରଶାସନ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଧର୍ମେନ୍ଦ୍ର ପ୍ରଧାନ ଆଶା ବ୍ୟକ୍ତ କରିଛନ୍ତି। ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।

Related Posts