ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି ଛାତ୍ର କଂଗ୍ରେସ। ଏହି ଘଟଣାରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ସଂପୃକ୍ତି ଥିବା ଅଭିଯୋଗ କରି ତାଙ୍କ ବାସଭବନ ଆଗରେ ଜୋରଦାର ବିକ୍ଷୋଭ କରିଛି ଛାତ୍ର କଂଗ୍ରେସ। ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା ଓ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ । ବାସଭବନକୁ ଧସେଇ ପଶିବା ବେଳେ ପୋଲିସ ସହ ଧସ୍ତାଧସ୍ତି ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଛି। କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମୁହିଁ ହୋଇଛନ୍ତି ।
ଜିଲ୍ଲାପରିଷଦ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ମାମଲାରେ ମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗରେ କଂଗ୍ରେସ ପ୍ରତିବାଦ କରିଛି ।ଘଟଣାର ନିରପେକ୍ଷ ତଦନ୍ତ ଦାବି କରିବା ସହ ମନ୍ତ୍ରୀ ପଦରୁ ବହିଷ୍କାର ଦାବି କରିଛି କଂଗ୍ରେସ । ଘଟଣାସ୍ଥଳରେ ଉତେଜନା ମୂଳକ ପରିସ୍ଥିତି ଦେଖାଦେଇଥିବା ବେଳେ ଆନ୍ଦୋଳନକାରୀଙ୍କୁ ପୋଲିସ ଉଠାଇ ନେଇଛି ।





