କାଶୀପୁର ପରେ ନୂଆପଡ଼ାରେ ବ୍ୟାପିଲା ଡାଇରିଆ; ଜଣେ ମୃତ, ୧୦ରୁ ଅଧିକ ଗୁରୁତର

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): କାଶୀପୁର ପରେ ନୂଆପଡ଼ାରେ ବ୍ୟାପିଲା ଡାଇରିଆ । ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଜଟଗଡ଼ ଗାଁରେ ବଢ଼ିବାରେ ଲାଗିଛି ଡାଇରିଆ ରୋଗୀଙ୍କ ସଂଖ୍ୟା । ଝାଡ଼ାବାନ୍ତିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣରୁ ଅଧିକ ଗୁରୁତର ଥିବା ନେଇ ସିଡିଏମ୍ଓ ସୂଚନା ଦେଇଛନ୍ତି । ଗୁରୁତରମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତ ମହିଳା ହେଲେ ଲାଲଦେଇ ହଂସ ।ଗତକାଲି ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ଚିକିତ୍ସାଧୀକାରୀ ସୋଭାରାଣୀ ମିଶ୍ର। ତେବେ ଗତକାଲି ଠାରୁ ଗାଁରେ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ସୂଚନା ରହିଛି ।

Related Posts