ଦୋଳି ଖେଳୁଛି ଦେଶରେ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୨୮୫୮ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଉପର ତଳ ହୋଇଛି କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଉଥିବା ସଂକ୍ରମଣ ଏବେ ଦୋଳି ଖେଳୁଛି । ଦୈନିକ ସଂକ୍ରମଣ ହାର ବଢ଼ୁଛି ଓ କମୁଛି ।

ଗତ କିଛି ଦିନ ହେବ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୮୦୯୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୭୬ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୨୦୧ ସଂକ୍ରମିତ ପ୍ରାଣ ହରାଇଛନ୍ତି

Related Posts