ଦେଶରେ ଦୋଳି ଖେଳୁଛି କରୋନାର ଦୈନିକ ସଂକ୍ରମଣ: 24 ଘଣ୍ଟାରେ ବାହାରିଲେ 2827 ଜଣ ପଜିଟିଭ୍

ନୂଆଦିଲ୍ଲୀ : ଦେଶରେ ଉପର ତଳ ହେଉଛି କରୋନା ର ଦୈନିକ ସଂକ୍ରମଣ । ବଢ଼ୁଛି ସଂକ୍ରମଣ ହାର । ଗତ କିଛି ଦିନ ହେବ କରୋନା ସଂକ୍ରମଣ ହାର କମୁଥିବା ବେଳେ ଏବେ ପୁଣି ବଢିବା ଆରମ୍ଭ କରିଛି । ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ବଢିଛି ।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୯୦୬୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୭୦ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୧୮୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Related Posts