ନୂଆଦିଲ୍ଲୀ: ଦେଶରେ ଉପରତଲ ହେଉଛି କରୋନା ର ଦୈନିକ ସଂକ୍ରମିତଙ୍କ ସଂଖ୍ୟା | ଗତକାଲିଠାରୁ ଆଜି ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୪୦୦୦ ତଳକୁ ରହିଛି | କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୬୨ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ଓ ୨୬ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୯୬୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୭୨,୫୪୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୬୭୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୬୯୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୨୫,୪୫୪।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨୪୧୬।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୩,୯୬,୪୭,୦୭୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୨୨,୦୯,୭୮୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୪୫,୮୧୪ଟି ନମୁନା।





