ଦେଶରେ ଦୋଳି ଖେଳୁଛି ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ବାହାରିଲେ ୨୩୬୪ କରୋନା ପଜିଟିଭ୍

ନୂଆଦିଲ୍ଲୀ : ଦେଶରେ ଦୋଳି ଖେଳୁଛି କରୋନାର ଦୈନିକ ସଂକ୍ରମଣ | ଦେଶରେ କାୟା ମେଲାଇବା ପରେ ଏବେ ଖସିଛି ସଂକ୍ରମଣ ହାର । ଏବେ କରୋନା ସଂକ୍ରମଣ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩୬୪ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୩୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୫୪୧୯ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୮୯ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୩୦୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Related Posts