ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ ନେଇ ୧ଟାରୁ ଭୁବନେଶ୍ୱରରେ ସ୍କୁଲ, କଲେଜ, ସରକାରୀ ଅଫିସ ଛୁଟି

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ଓଡ଼ିଶା ଗସ୍ତରେ ଆସୁଥିବା ବେଳେ, ଯାହାକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ୧୦ ତାରିଖ ୧ଟାରୁ ଭୁବନେଶ୍ୱର ଅଞ୍ଚଳରେ ଛୁଟି ଘୋଷଣାକରିଛନ୍ତି ।

ଏହି ଛୁଟି କେବଳ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଭୁକ୍ତ ଅଞ୍ଚଳରେ ବଳବତ୍ତର ରହିବ । ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଦପ୍ତର ଓ ସରକାରୀ ତଥା ବେସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିବ ।

ମହାମହିମ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ସର୍ବସଫଳତାକୁ ଦୃଷ୍ଟିରେ ରଖି ତାଙ୍କ ସମ୍ମାନାର୍ଥେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏପରି ଛୁଟି ଘୋଷଣା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

Related Posts