ବିଧାନସଭାରେ ଅଚଳାବସ୍ଥା ଜାରି, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ଅପରାହ୍ନ ୪ଟା ଯାଏ ମୁଲତବି

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ) ବିଧାନସଭା ଆରମ୍ଭରୁ ଆଜି ପୁଣି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। ହଟ୍ଟଗୋଳ ଯୋଗୁଁ ଗୃହ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି। ଦୁଇଟି ଦାବି ନେଇ ଗୃହରେ ବିଜେପି ବିଧାୟକ ନାରାବାଜି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବିବୃତିରୁ ଜନବିରୋଧୀ ଶବ୍ଦ ବାଦ୍ ଦେବାକୁ ଦାବି କରି ନାରାବାଜି କରିଛନ୍ତି। ସେହିପରି ଦୁଇ ବିଜେପି ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ଦାବି ବି କରିଛନ୍ତି। ବାଚସ୍ପତିଙ୍କ ପୋଡ଼ିୟମ ତଳେ ହଟ୍ଟଗୋଳ କରିଛନ୍ତି ବିଜେପି ବିଧାୟକ।

ଅନ୍ୟପଟେ ବିଧାନସଭା କାର୍ଯ୍ୟସୂଚୀ ଅନୁସାରେ ୪ ତାରିଖରେ ଚଳିତ ଅଧିବେଶନ ଶେଷ ହେବାକୁ ଥିବା ବେଳେ, କୌଣସି ବେସରକାରୀ କାର୍ଯ୍ୟ ଦିବସ ରହିନଥିବାରୁ ଆଜି ବିଧାନସଭା ଶେଷ ହୋଇପାରେ ବୋଲି ଆଶା କରାଯାଉଛି।

Related Posts