ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଭୂକମ୍ପ ଝଟକାରେ ଥରିଲା ଆଫଗାନିସ୍ତାନ । ଆଫଗାନର ଫାୟାଜାବାଦରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୪ ରେକର୍ଡ କରାଯାଇଛି । ଗତକାଲି(ମଙ୍ଗଳବାର) ବିଳମ୍ବିତ ରାତ୍ରୀ ୨ଟା ୦୭ ମିନିଟରେ ଏହି ଭୂକମ୍ପ ଅନୁଭୂତ ହୋଇଛି ।ଏନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ଭୂକମ୍ପ ଫାୟାଜାବାଦର ଦକ୍ଷିଣରୁ ୮୯ କିଲୋମିଟର ଦୂରରେ ଅନୁଭୂତ ହୋଇଥିବା ବେଳେ ଗଭୀରତା ୨୦୦ କିଲୋମିଟର ରହିଥିଲା । ସେହିପରି ଏହାର ଅକ୍ଷାଂଶ ୩୬.୩୧ ହୋଇଥିବାବେଳେ ଦ୍ରାଘିମା ୭୦.୭୧ ରହିଛି । ତେବେ ଭୂକମ୍ପ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ ।ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ଗତ ୨୦ ତାରିଖରେ ୪.୪ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା ।