ଆଣ୍ଡାମାନ ସାଗରରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା 4.4

ନୂଆଦିଲ୍ଲୀ : ଥରିଲା ଆଣ୍ଡାମାନ ସାଗର । ଆଣ୍ଡାମାନ ସାଗରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା 4.4 ରେକର୍ଡ କରାଯାଇଛି । ଆଜି (ସୋମବାର) ଦିନ 11ଟା 5ରେ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଭୂକମ୍ପର ଗଭୀରତା ୧୦ କିଲୋମିଟର ହୋଇଥିବାବେଳେ ଏହାର ଅକ୍ଷାଂଶ 9.18 ରହିଥିବାବେଳେ ଦ୍ରାଘିମା 95.26ର ରହିଛି । ତେବେ ଏଥିରେ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।

ଭୂକମ୍ପକୁ ନେଇ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି ।

Related Posts