ରାଜ୍ୟର ୫ ଜିଲ୍ଲାରୁ ୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟର ୫ ଜିଲ୍ଲାରୁ ୯ କରୋନା ପଜିଟିଭ ଚିହ୍ନଟ । ଗତକାଲି ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୫ଟି ଜିଲ୍ଲାରୁ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି କଟକ, ନୂଆପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Related Posts