ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଖାଲି ପଡୁଥିବା ୨୪ଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା । ଏହା ସହିତ ମହାରାଷ୍ଟ୍ର ଏବଂ ତାମିଲନାଡୁର ଦୁଇଟି ରାଜ୍ୟ ସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଜୁନ ୧୮ରେ ଭେଟିଂ ହେବ ବୋଲି ଜଣାପଡିଛି।

୧୦ଟି ରାଜ୍ୟର ୨୪ ଜଣ ରାଜ୍ୟ ସଭା ସଦସ୍ୟଙ୍କ କାର୍ଯ୍ୟକାଳ ଜୁନ-ଜୁଲାଇରେ ଶେଷ ହେଉଛି। କମିଶନ ସମସ୍ତ ୨୪ଟି ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ନିର୍ବାଚନ କମିଶନଙ୍କ ଅନୁଯାୟୀ, ଭୋଟିଂ ଜୁନ ୧୮ରେ ହେବ ଏବଂ ଫଳାଫଳ ସେହି ଦିନ ଘୋଷଣା କରାଯିବ ବୋଲି ସୂଚନା ମିଳିଛି ।