ରାଜ୍ୟର ୮ ଜିଲ୍ଲାରୁ ୧୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟର ୮ ଜିଲ୍ଲାରୁ ୧୧ କରୋନା ପଜିଟିଭ ଚିହ୍ନଟ । ତକାଲି ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୮ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସୁନ୍ଦରଗଡ଼, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Related Posts