ବିଶିଷ୍ଟ ଲେଖକ ମନୋଜ ଦାସଙ୍କ ଦେହାନ୍ତ

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର : ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ, ସମ୍ପାଦକ ତଥା ସ୍ତମ୍ଭକାର ମନୋଜ ଦାସ ଚିରଦିନ ପାଇଁ ଆଖି ବୁଜି ଦେଇଛନ୍ତି । ଆଜି ସନ୍ଧ୍ୟାରେ ପୁଡୁଚେରୀର ଏକ ଡାକ୍ତରଖାନାରେ ଚିକିତ୍ସଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ 87 ବର୍ଷ ହୋଇଥିଲେ। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଗତ କିଛି ମାସ ହେବ ସେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଇଂରାଜୀ ଓ ଓଡ଼ିଆ ସାହିତ୍ୟ ପାଇଁ ତାଙ୍କର ଅବଦାନ ଅତୁଳନୀୟ ଥିଲା। ମନୋଜ ଦାସ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଅନେକ ପୁସ୍ତକ ଲେଖିଛନ୍ତି। ଜିଜ୍ଞାସାର ଦିଗନ୍ତ, ଚେତନାର ଦିଗବଳୟ, ଅଜଣାର ଅନ୍ୱେଷଣ, ମିଷ୍ଟ୍ରି ଅଫ ମିଶିଂ କ୍ୟାପ, ଏ ଟାଇଗର ଆଟ ଟୁଇଲାଇଟ, ଆଦି ପ୍ରମୁଖ ପୁସ୍ତକ ମନୋଜ ଦାସଙ୍କ କୃତି। ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ୨୦୦୧ରେ ପଦ୍ମଶ୍ରୀ, ୨୦୨୦ରେ ପଦ୍ମଭୂଷଣରେ ସମ୍ମାନିତ ହୋଇଥିଲେ। ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନରେ ମଧ୍ୟ ସମ୍ମାନୀତ ହୋଇଥିଲେ ମନୋଜ ଦାସ।୧୯୩୪ ମସିହା ଫେବୃଆରୀ ୨୭ ତାରିଖରେ ବାଲେଶ୍ୱର ଜିଲ୍ଲା ସଙ୍କରି ଗାଁରେ ସେ ଜନ୍ମ ଗ୍ରହଣ କରିଥିଲେ । ବାପା ମାଆଙ୍କର ପଞ୍ଚମ ସନ୍ତାନ ହେଉଛନ୍ତି ମନୋଜ ଦାସ । ତାଙ୍କ ଡାକ ନାଁ ଥିଲା ମଣ୍ଟୁ।

Related Posts