ଛତିଶା ନିଯୋଗ ବୈଠକ ଶେଷ: ଅପରାହ୍ଣ ୧୨ ଟାରୁ ୧ ଟା ଭିତରେ ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର: ଶେଷ ହୋଇଛି ଛତିଶା ନିଯୋଗ ବୈଠକ ।‌ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବସିଥିଲା ଛତିଶା ନିଯୋଗ ବୈଠକ । ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସମୟ ଧାଯ୍ୟ କରାଯାଇଛି ।

ଅପରାହ୍ଣ ୧୨ ଟାରୁ ୧ ଟା ଭିତରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ। ପୂର୍ବାହ୍ଣ ୧୦ଟା ୩୦ରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପରିସରରେ ରାଷ୍ଟ୍ରପତି ମହାପ୍ରସାଦ ସେବନ କରିବେ। ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଛି।

Related Posts