ବାଲିପାଟଣା : ବାଲିଘାଟକୁ କେନ୍ଦ୍ର କରି ଜଣେ ଯୁବକକୁ ମରଣାନ୍ତକ ଆକ୍ରମଣ । ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଯୁବକ ହେଉଛନ୍ତି ବାଲିପାଟଣା ଥାନା ଝିଣ୍ଟିଶାସନ ଗ୍ରାମର ସୁଧାକର ଜେନା ।

ଖବର ଅନୁଯାୟୀ, ସୋମବାର ସକାଳୁ ସୁଧାକର ରାଜସ ମଠସାହି ଠାରେ ଥିଲେ । ଠିକ୍‌ ଏହି ସମୟରେ ୪ ଜଣ ଯୁବକ ୨ଟି ବୁଲେଟ୍ ରେ ଆସି ସୁଧାକରଙ୍କ ମୁଣ୍ଡକୁ ଏକ ଖଣ୍ଡାରେ ଚୋଟ ମାରିଥିଲେ । ଖଣ୍ଡା ଚୋଟରେ ସୁଧାକରଙ୍କ ମୁଣ୍ଡରେ ଖଣ୍ଡା ଟି ରହିଯାଇଥିଲା । ଆକ୍ରମଣ କରି ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି | ସେପଟେ ଗୁରୁତର ସୁଧାକରଙ୍କୁ ପ୍ରଥମେ ବାଳକାଟି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ତୁରନ୍ତ ତାଙ୍କୁ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲ୍‌ ଭର୍ତ୍ତି କରାଯାଇଛି ।

ବାଲିଘାଟକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି। ଏନେଇ ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।