ସଂକ୍ରମଣ ଭୟ: କଟକରେ ମାସ୍କ ବାଧ୍ୟତାମୂଳକ

କଟକ : ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ବଢ଼ିବାକୁ ଲାଗିଛି । 200 ଅତିକ୍ରମ କରିଛି ସଂକ୍ରମିତ ଙ୍କ ସଂଖ୍ୟା । ତେବେ ବଢ଼ୁଥିବା ସଂକ୍ରମଣ କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ପରେ ଏବେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରଯାଇଛି ।

ସହରରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସିଏମ୍‌ସି ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଜି ୨୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୧୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୯୭୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୧୧୧୧୦୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts