ବାତ୍ୟା ଭୟ: ସବୁ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଅସାନି। ଗଭୀର ଅବପାତ ଏବେ ବାତ୍ୟାର ରୂପ ନେଇଛି । ଏହା ଏବେ ପୁରୀରୁ ୧୦୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

କିଛି ସମୟ ମଧ୍ୟରେ ବାତ୍ୟାର ରୂପ ନେଇଛି ବାତ୍ୟା ଅସନି। ପୁରୀଠୁ ଦକ୍ଷିଣ ପୂର୍ବ ଦିଗରେ ୧୧୦୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଘଣ୍ଟାକୁ ୧୩ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତିକରୁଛି ।

ସମୁଦ୍ର ଭିତରେ ଏହାର ପ୍ରଭାବରେ ୧୦୫ ରୁ ୧୧୫ କିମି ବେଗରେ ପବନ ବହିବ । ଉତ୍ତର ପଶ୍ଚିମ ଦିଗରେ ଗତିକରୁଥିବା ଅବପାତ ୧୦ ତାରିଖରୁ ଦିଗ ପରିବର୍ତ୍ତନ କରିବ । ତେବେ ଏହି ବାତ୍ୟା ଲ୍ୟାଣ୍ଡଫଲ କରିବ ନାହିଁ । ସ୍ଥଳଭାଗରୁ ୨୫୦ କିମି ଦୂରରେ ଅତିକ୍ରମ କରିବ ବାତ୍ୟା । ପ୍ରଭାବରେ ୧୦ ତାରିଖରୁ ଦୁଇ ଦିନ ଧରି ଓଡିଶା ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସବୁ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ୯ ରୁ ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ । ତେବେ ଏହି ବାତ୍ୟା ଲ୍ୟାଣ୍ଡଫଲ କରିବ ନାହିଁ । ଓଡ଼ିଶା ହେଉ କି ଆନ୍ଧ୍ର, ବାତ୍ୟା କେଉଁଠି ବି ଲ୍ୟାଣ୍ଡଫଲ କରିବନି ବୋଲି ଆକଳନ କରିଛି IMD । ସ୍ଥଳଭାଗରୁ ବହୁ ଦୂରରେ ଅତିକ୍ରମ କରିବ ବାତ୍ୟା ।

Related Posts