୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ କାଳବୈଶାଖୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ କାଳବୈଶାଖୀ । ସେପଟେ ରାଜ୍ୟର ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୫ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

Related Posts