ଗୁଣ୍ଡିଚା ମନ୍ଦିର ନିକଟରେ ତାଳଧ୍ୱଜ ରଥ; ପଛେ ପଛେ ଆସୁଛନ୍ତି ମା’ ସୁଭଦ୍ରା

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଗୁଣ୍ଡିଚା ମନ୍ଦିର ନିକଟରେ ତାଳଧ୍ୱଜ ରଥ; ପଛେ ପଛେ ଆସୁଛନ୍ତି ମା’ ସୁଭଦ୍ରା । ପଛରେ ଗହଳି ଲଗାଇ ଆସୁଛି କାଳିଆ ଠାକୁରଙ୍କ ନନ୍ଦିଘୋଷ ରଥ । ହରିବୋଲ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର ।ରଥ ଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର । ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ଜନସମୁଦ୍ର ସୃଷ୍ଟି କରିଛି ବଡଦାଣ୍ଡରେ ।

ଆଜି ଭକ୍ତ ଭଗବାନଙ୍କ ମଧ୍ୟରେ ଚାଲିଛି ଅପୂର୍ବ ମିଳନ । ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ମାଉସୀ ଘର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ମହାପ୍ରଭୁ । ଶ୍ରଦ୍ଧାର ଦଉଡିରେ ତିନି ଠାକୁରଙ୍କ ରଥକୁ ଟାଣି ଟାଣି ନେଉଛନ୍ତି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ।

Related Posts