ଭୁବନେଶ୍ବର: ଲଘୁଚାପ ଜନିତ ବର୍ଷା ପରେ ରାଜ୍ୟରେ ଦେଖାଦେଇଛି ବନ୍ୟା ପରିସ୍ଥିତି । ନଦୀ ଫୁଲିବା ସହ ଅନେକ ଅଂଚଳ ଜଳମଗ୍ନ ହୋଇପଡିଛି । ହନ୍ତସନ୍ତ ହେଉଛନ୍ତି ରାଜଧାନୀବାସୀଙ୍କଠୁ ଆରମ୍ଭ କରି ତଳିଆ ଲୋକେ । ତେବେ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ରାଜ୍ୟର ବନ୍ୟା ସ୍ଥିତି ସଂପର୍କରେ ସମୀକ୍ଷା କରୁଛନ୍ତି । ଜଳସମ୍ପଦ ବିଭାଗର ସ୍ବତନ୍ତ୍ର ସଚିବ, ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମନ୍ତ୍ରୀ ।
ଉତ୍ତର ଓଡ଼ିଶାରେ ସୃଷ୍ଟି ହୋଇଥିବା ବନ୍ୟା ଓ ମହାନଦୀ ଅବବାହିକାରେ ଛାଡୁଥିବା ବନ୍ୟା ସ୍ଥିତିର ସମୀକ୍ଷା କରୁଛନ୍ତି ମନ୍ତ୍ରୀ । ରାଜ୍ୟର ନଦୀଗୁଡ଼ିକର ଜଳପ୍ରବାହର ସ୍ଥିତି ସଂପର୍କରେ ଜଳସଂପଦ ବିଭାଗର ବରିଷ୍ଠ ଯନ୍ତ୍ରୀମାନଙ୍କ ସହ ସେ ଆଲୋଚନା କରିଛନ୍ତି ।
ଆଗାମୀ ୨୩ ତାରିଖରେ ଲଘୁଚାପ ବର୍ଷାକୁ ଆଖି ଆଗରେ ରଖି ପଦକ୍ଷେପ ବାବଦରେ ମନ୍ତ୍ରୀ ଆଲୋଚନା କରୁଛନ୍ତି । ସେପଟେ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶକୁ ପାଳନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ କହିଛନ୍ତି ।
