ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ମୁକ୍ତାମାଳାଦେଇପୁର ଶାସନ ଗାଁରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ । ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ ଦୁର୍ବୃତ୍ତ ମାନେ ହାଣିଛନ୍ତି । ମୃତ ଯୁବକ ଜଣଙ୍କ ହେଲେ ଅମିତ ଆଚାର୍ଯ୍ୟ।

ସୂଚନାଅନୁସାରେ, ଗତକାଲି ରାତିରେ ଅମିତ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ମୁକ୍ତାମାଳାଦେଇପୁର ଶାସନ ଗାଁ ନିକଟରେ କିଛି ଦୁର୍ବୃତ୍ତ ତାଙ୍କୁ ବାଟରେ ଅଟକାଇଥିଲେ। ପରେ ଅମିତଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ଫେରାର ହୋଇ ଯାଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତଦେହ ପାଖରେ ପଡ଼ିଥିବା ବାଇକ୍‌, ଜୋତା ଓ ମୋବାଇଲକୁ ପୁଲିସ ଜବତ କରି ଘଟଣାର ତଦନ୍ତ କରୁଛି।

ଏନେଇ ପୋଲସରା ପୁଲିସ ଓ ପୁରୁଷୋତ୍ତମପୁର ଏସଡିପିଓ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ପ୍ରାଥମିକ ତଦନ୍ତ ରୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

Related Posts