ପରଲୋକରେ ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନା

ଭୁବନେଶ୍ୱର,୧୨/୧୨(ସତ୍ୟପାଠ ବ୍ୟୁରୋ): ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କର ଆଜି ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା।

ତେବେ ଶ୍ରୀ ଜେନା ଯାଜପୁରରୁ ଦୁଇଥର ସେ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୪ ଓ ୨୦୦୯ ଲୋକସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ଟିକେଟରୁ କ୍ରମାଗତ ଭାବେ ଦୁଇଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ । ଏହାସହିତ ସେ ସଂସଦର ବିଭିନ୍ନ କମିଟିରେ ମଧ୍ୟ ସଦସ୍ୟ ରହିଥିଲେ। ତେବେ ୨୦୧୯ରେ ସେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ। ତାଙ୍କର ବିୟୋଗରେ ଅନେକ ବିଶିଷ୍ଟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଜଣାଇବା ସହିତ ତାଙ୍କ ସମର୍ଥକଙ୍କ ମହଲରେ ଶୋକର ଛାୟା ଖେଳିଯାଇଛି।

Related Posts