ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଦେହାନ୍ତ

ଟୋକିଓ: ଗୁଳି ମାଡ଼ର ଶିକାର ହୋଇଥିବା ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଦେହାନ୍ତ । ଆଜି ସକାଳେ ନରା ସହରରେ ଭାଷଣ ଦେଉଥିବା ବେଳେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କୁ ଆକ୍ରମଣକାରୀ ତାଙ୍କ ଉପରେ ତାଙ୍କ ଉପରକୁ ଦୁଇଟି ଗୁଳି ଚଳାଇଥିଲେ। ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ଯେଉଁଠାରେ ତାଙ୍କ ଅବସ୍ଥା ଗୁରୁତର ରହିଥିଲା।

ତାଙ୍କୁ ବଞ୍ଚାଇବାକୁ ଡାକ୍ତରମାନେ ଯଥାସମ୍ଭବ ଚେଷ୍ଟା କରିଥିଲେ ମଧ୍ୟ ସେ ଆଖି ବୁଜିଦେଇଛନ୍ତି |

ସୂଚନା ମୁତାବକ ଆଜି ‘ୟାମାତୋ ସାଇଡାଇଜି ଷ୍ଟେସନ୍‌’ ସମ୍ମୁଖରେ ଆବେ ଏକ ନିର୍ବାଚନୀ ପ୍ରଚାର ଅଭିଯାନରେ ଭାଷଣ ଦେଉଥିବା ବେଳେ ସ୍ଥାନୀୟ ସମୟ ପୂର୍ବାହ୍ନ ୧୧.୩୦ ବେଳେ ଆକ୍ରମଣର ଶିକାର ହୋଇଥିଲେ। ତେବେ ଏହି ଘଟଣା ପରେ ନରା ସହରନିବାସୀ ୪୧ ବର୍ଷିୟ ସେସୁୟା ୟାମାଗାମିଙ୍କୁ ଗିରଫ କରାଯାଇଛି ।

Related Posts