ଭୁବନେଶ୍ୱର, ୭/୪(ସତ୍ୟପାଠ ବ୍ୟୁରୋ): ବିଜେଡିରେ ମିଶିଲେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା। ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର, ବିଧାୟକ ପ୍ରତାପ ଜେନା ଓ ଶଶିଭୂଷଣ ବେହେରା ପ୍ରମୁଖଙ୍କ ଉପସ୍ଥିତିରେ ଗଣେଶ୍ୱର ବେହେରା ତାଙ୍କର ଶତାଧିକ ସମର୍ଥକଙ୍କ ସହିତ ବିଜେଡିରେ ସାମିଲ ହୋଇଛନ୍ତି।
ଗଣେଶ୍ୱର ବେହେରା ଗତ ପାଞ୍ଚଦିନ ତଳେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ଏବଂ ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି ।
ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୮୫ରୁ ୧୯୯୦ ଓ ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ ସେ ବିଧାନସଭାର ସଦସ୍ୟ ରହିଥିଲେ। ୨୦୦୦ ଓ ୨୦୦୪ରେ ସେ ପଟ୍ଟାମୁଣ୍ଡାଇରୁ ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ। ୨୦୦୯, ୨୦୧୪ ଓ ୨୦୧୯ରେ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ବିଜେଡି ପ୍ରାର୍ଥୀଙ୍କଠାରୁ ପରାସ୍ତ ହୋଇଥିଲେ।





