ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ବରିଷ୍ଠ ନେତା ତଥା ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଯୁଧିଷ୍ଠିରଙ୍କ ମୃତ୍ୟୁ ହୋଇଥିବା ନେଇ ତାଙ୍କ ଭାଇ ସୂଚନା ଦେଇଛନ୍ତି।

୧୯୯୫ ରୁ ୨୦୦୦ ପର୍ଯ୍ୟନ୍ତ ପିପିଲିର ବିଧାୟକ ଥିଲେ ଯୁଦ୍ଧିଷ୍ଠିର। ସେ କଂଗ୍ରେସରୁ ପ୍ରାର୍ଥୀ ହୋଇଥିଲେ। ୧୯୮୪ ରୁ ୧୯୯୦ ପର୍ଯ୍ୟନ୍ତ ଥିଲେ ପିପିଲି ବ୍ଲକ ଚେୟାରମ୍ୟାନ ମଧ୍ୟ ଥିଲେ।

Related Posts