ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର : ଆରପାରିରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ର । ୮୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛି।

ସୂଚନାଯୋଗ୍ୟ, ଓଡ଼ିଶା ରାଜ୍ୟ ମାନବାଧିକାର କମିଶନର ପ୍ରଥମ ଅଧ୍ୟକ୍ଷ ଥିଲେ ଦେବପ୍ରିୟ। ଏଥିସହ ସେ ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇଥିଲେ। ତାଙ୍କ ମୃତ୍ୟୁରେ ଅନେକ ମାନଗଣ୍ୟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।

Related Posts