ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚୈତନ୍ୟ ମାଝୀ

ସତ୍ୟପାଠ ବ୍ୟୁରୋ : ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଆଦିବାସୀ ନେତା ଡ. ଚୈତନ୍ୟ ପ୍ରସାଦ ମାଝୀ । ଭୁବନେଶ୍ୱର କ୍ୟାପିଟାଲ ହସପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା । ସେ କିଛି ଦିନ ହେଲା ଅସୁସ୍ଥ ଥିଲେ ।

୧୯୭୨ରେ ସେ କଂଗ୍ରେସ ଦଳରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେତେବେଳେ ସେ କେନ୍ଦ୍ରରେ ତୈଳ ଓ ରସାୟନ ବିଭାଗ ଉପମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ଏହାସହ ସ୍ୱର୍ଗତ ମାଝୀ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳର ଶିକ୍ଷାମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି ।

Related Posts