ବନ୍ୟାଜଳ ନିଷ୍କାସନ ପାଇଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୬ଟି ଗେଟ

(ସତ୍ଯପାଠ ବ୍ୟୁରୋ) ଭୁବନେଶ୍ୱର : ଲଘୁଚାପ ଯୋଗୁଁ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଏହି କାରଣରୁ ଆଜି ପୁଣି ୬ଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ସମ୍ୱଲପୁର ହୀରାକୁଦ ଜଳଭଣ୍ଡାରର ମୋଟ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ଜଳଭଣ୍ଡାର ଜଳସ୍ତର ୬୨୮.୧୦ ଫୁଟ୍ ରହିଛି । ହୀରାକୁଦର ଜଳଭଣ୍ଡାର ସର୍ବୋଚ୍ଚ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଏବେ ଜଳସ୍ତର ରହିଛି ୬୨୭ ଦଶମିକ ୮୩ ଫୁଟ । ଜଳ ଭଣ୍ଡାରରୁ ୬ଟି ଗେଟ ଦେଇ ୧ଲକ୍ଷ, ୨୭ ହଜାର, ୧୯୪ କ୍ୟୁସେକ ଜଳ ନିଷ୍କାସନ ହେଉଛି । ଗତକାଲି ସନ୍ଧ୍ୟା ୫ଟାରେ ହୀରାକୁଦର ୬ଟି ଗେଟ୍ ଖୋଲାଯାଇଥିଲା । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଡ୍ୟାମ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଥିଲେ । ଦିନ ୩ଟା ସମୟରେ ସାଇରନ ବାଜିବା ପରେ ପର୍ଯ୍ୟାୟକ୍ରମେ ୬ଟି ଗେଟ୍ ଖୋଲାଯାଇଥିଲା ।

ସୂଚନାଯୋଗ୍ୟ ଯେ, ଗତ ୧୧ ତାରିଖଠାରୁ ତିନିଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ଓଡ଼ିଶାର ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ବିଶେଷକରି ମହାନଦୀ, ବ୍ରାହ୍ମଣୀ, ବୁଢାବଳଙ୍ଗ, ବୈତରଣୀରେ  ଜଳସ୍ତର ବିପଦ ସଂକେତ ନିକଟବର୍ତ୍ତୀ ରହିଛି । ହୀରାକୁଦରେ ୧୨ଟି ଗେଟ ଖୋଲାଯାଇଥିବାରୁ ତଳମୁଣ୍ଡରେ ବନ୍ୟା ଆଶଙ୍କା ଦେଖାଦେଇଛି ।

Related Posts