ଭୁବନେଶ୍ୱର-କଟକ ମଧ୍ୟରେ ଗଡିବ ମେଟ୍ରୋ !, ଫିଲ୍ଡ ଭିଜିଟ କଲେ ସଚିବ ସ୍ତରୀୟ କମିଟି

ଭୁବନେଶ୍ୱର,୧/୪ (ସତ୍ୟପାଠ ବ୍ୟୁରୋ): ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ପ୍ରତିଷ୍ଠା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ଭୁବନେଶ୍ୱର ବିମାନ ବନ୍ଦର ଛକରୁ ଆରମ୍ଭ ହୋଇଛି ସଚିବ ସ୍ତରୀୟ କମିଟିର ଫିଲ୍ଡ ଭିଜିଟ। ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନଙ୍କ ସମେତ ୫ଟି ଇନଚାର୍ଜ ଭି.କେ ପଣ୍ଡିଆନ, ମନୋଜ ମିଶ୍ର, ଉଷା ପାଢ଼ୀ, ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି ମାଥିଭାଥନାନ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଫିଲ୍ଡ ଭିଜିଟ କରିଛନ୍ତି।

ଭୋର ୪ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିମାନବନ୍ଦର ଛକରୁ ଶିଶୁଭବନ ଛକ, ରାଜମହଲ ଛକ, ମାଷ୍ଟର କ୍ୟାଣ୍ଟିନ, ବାଣୀବିହାର ଛକ, ଜୟଦେବ ବିହାର ଦେଇ କଳିଙ୍ଗ ହସ୍ପିଟାଲ ଛକ, ପଟିଆ, ନନ୍ଦନକାନନ ଛକ ଦେଇ ତ୍ରିଶୂଳିଆ ଛକରେ ଏହି ବରିଷ୍ଠ ଅଧିକାରୀମାନେ ପହଞ୍ଚିଥିଲେ। ରାସ୍ତାରେ ବିଭିନ୍ନ ସ୍ଥାନରେ ଟିମ୍ ସଦସ୍ୟ ସରଜମିନ ସ୍ଥିତି ଅନୁଧ୍ୟାନ କରିଥିଲେ। ଦ୍ବୈତ ନଗରୀ ଭୁବନେଶ୍ୱର ଓ କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ହେଲେ କେଉଁଠି କି ପ୍ରକାର ସମସ୍ୟା ରହିବ ତାହାର କିଭଳି ସ୍ଥାୟୀ ପ୍ରତିକାର କରାଯିବ, ସରକାରୀ ଜମି କେତେ ଅଛି, କେତେ ଜମି ଅଧିଗ୍ରହଣ କରିବାକୁ ହେବ, ଟ୍ରାଫିକ ସମସ୍ୟା କିଭଳି ଉପୁଜିବ ନାହିଁ ସେଥିପାଇଁ କେଉଁ କେଉଁ ସ୍ଥାନରେ ଭୂତଳ ବା ଅଣ୍ଡର ଗ୍ରାଉଣ୍ଡ ବ୍ୟବସ୍ଥା କରିବାକୁ ହେବ। ସମ୍ପୂର୍ଣ୍ଣ ମେଟ୍ରୋ ବ୍ୟବସ୍ଥା କେତେ ଦୂରତା ବିଶିଷ୍ଟ ହେବ ସେ ସମସ୍ତ ଦିଗକୁ ନେଇ ଗ୍ରାଉଣ୍ଡ ଜିରୋରେ ମ୍ୟାପ ସହ ଆଲୋଚନା କରାଯାଇଛି। ତ୍ରିଶୂଳିଆ ଛକରେ କଟକ ଜିଲ୍ଲାପାଳ ଓ ସିଏମସି କମିଶନର ସାମିଲ ହୋଇଥିଲେ। ପରେ ଟିମ ମଧୁପୁର ଓ ସତ୍ୟଭାମାପୁର ଗସ୍ତ କରିଥିଲେ।

Related Posts