ନିଜ ରିଭଲଭରରୁ ଗୁଳି ଫୁଟିବାରୁ ଗାଙ୍ଗପୁର ଥାନା ଆଇଆଇସିଙ୍କ ମୃତ୍ୟୁ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ନିଜ ରିଭଲଭରରୁ ଗୁଳି ଫୁଟି ଗାଙ୍ଗପୁର ଥାନା ଆଇଆଇସିଙ୍କ ମୃତ୍ୟୁ । ଏନେଇ ଗଞ୍ଜାମ ଏସପି ସୂଚନା ଦେଇଛନ୍ତି । ତେବେ ଗାଙ୍ଗପୁର ଥାନା ପରିସରରେ ଅଣ୍ଟାରେ ନିଜ ବନ୍ଧୁକ ରଖୁଥିବା ବେଳେ ଅଚାନକ ତାଙ୍କ ବନ୍ଧୁକରୁ ଗୁଳି ଫୁଟି ତାଙ୍କ ଅଣ୍ଟାରେ ବାଜି ଥିଲା । ପରେ ପ୍ରଚୁର ରକ୍ତ ସ୍ରାବ ହୋଇଥିଲା । ତାଙ୍କୁ ଆସ୍କା ମେଡିକାଲ ନେବା ପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କଲେ ।

ସେପଟେ ସେ ଜୟପୁରର ମୂଳବାସିନ୍ଦା। ୬ ମାସ ତଳେ ଗାଙ୍ଗପୁର ଥାନାରେ ଯୋଗ ଦେଇଥିଲେ। ତାଙ୍କ ପତ୍ନୀ ନବରଙ୍ଗପୁର ହେଡକ୍ବାର୍ଟରରରେ ଇନସପେକ୍ଟର ଭାବରେ କାର୍ଯ୍ୟ କରୁଛନ୍ତି। ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏହା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ।

Related Posts