ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ଗୃହ ନିର୍ମାଣ ସହାୟତା ରାଶି ୨୫ ଲକ୍ଷରୁ ୪୦ ଲକ୍ଷକୁ ବୃଦ୍ଧି

ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀମାନଙ୍କୁ ଖୁସି ଖବର ଦେଇଛନ୍ତି । ଗୃହ ନିର୍ମାଣ ସହାୟତା ରାଶିକୁ ବୃଦ୍ଧି କରିଛନ୍ତି । ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି ସହାୟତା ରାଶି । ସୁଧ ହାର ପରିମାଣ ମଧ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ।

ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ରହିଥିଲା। ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି। ଜାତୀୟ ପେନସନ ଯୋଜନା ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ।

Related Posts