ବିଜେପିରେ ମିଶିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ବିଜେପିରେ ମିଶିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ | ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ | ପୂର୍ବରୁ ବିଜେଡିରୁ ବହିଷ୍କୃତ ହୋଇଥିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ | ଆସନ୍ତାକାଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବ୍ରହ୍ମପୁର ଗସ୍ତରେ ଆସୁଥିବା ବେଳେ ଆଜି ପ୍ରଦୀପ ଦଳରେ ସାମିଲ ହୋଇଛନ୍ତି | ଆସନ୍ତାକାଲି ସେ ରଜନାଥଙ୍କ ସଭାରେ ଶକ୍ତି ପ୍ରଦର୍ଶନ କରିବେ ବୋଲି କୁହାଯାଉଛି |

ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶକୁ ସାରା ବିଶ୍ବରେ ସମ୍ମାନିତ କରିଛନ୍ତି। ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ବିଜେପିରେ ମିଶିଛି। ସେ ଆହୁରି କହିଛନ୍ତି, ଓଡ଼ିଶାରେ ଅନ୍ଧ, ମୂକ ବଧିର ସରକାରକୁ ହଟାଇବାର ସମୟ ଆସିଛି। ନବୀନ ବାବୁ ଅଟଳ ବିହାରୀ ବାଜପେୟୀଙ୍କ ଆଶୀର୍ବାଦରେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ହେଲେ ପରେ ନିଜର ସ୍ବାର୍ଥ ଲାଗି ବିଜେପିର ହାତ ଛାଡ଼ିଥିଲେ। ନବୀନ ବାବୁଙ୍କୁ ହଟାଇବା ଓ ବିଜେପିକୁ କ୍ଷମତା ଆଣିବାର ସମୟ ଆସିଛି। ପୂର୍ଣ୍ଣ ସମର୍ଥନ ଦେଇ ଥରେ ବିଜେପିକୁ ଓଡ଼ିଶାରେ କ୍ଷମତାସୀନ କରିବାକୁ ସେ ଓଡ଼ିଶାବାସୀଙ୍କୁ ନିବେଦନ କରିଛନ୍ତି। ଲୋକଙ୍କ ପାଇଁ ହେବ ବିଜେପି ସରକାର। ରାଜ୍ୟର ସଚିବାଳୟ ସମସ୍ତଙ୍କ ପାଇଁଖୋଲା ରହିବ।

ଆସନ୍ତା ୨୨ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ନିଜ ସମର୍ଥକମାନଙ୍କ ସହିତ ‌ବିଜେପିରେ ଯୋଗ‌ଦେଇଛନ୍ତି। ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ବିଜେପି ନେତା ସମୀର ମହାନ୍ତି, ଦିଲୀପ ମଲ୍ଲିକ ଓ ସଜ୍ଜନ ଶର୍ମା ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।

Related Posts