ହୋଲି ଖେଳ ବେଳେ ଗୋଷ୍ଠୀ ସଂଘର୍ଷ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ହୋଲି ଖେଳ ବେଳେ ଗୋଷ୍ଠୀ ସଂଘର୍ଷ । ତେବେ ପୂର୍ବ ଶତୃତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ହୋଇଥିବାର ସୂଚନା ମିଳିଛି । ଏଭଳି ଏକ ଅଭାବନୀୟ ଘଟଣା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଗଡ଼ବାନ୍ଦୋଗଡ଼ା ଗାଁରେ । ସେପଟେ ନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଗଡ଼ବାନ୍ଦୋଗଡ଼ାରେ ହୋଲି ଖେଳ ଚାଲିଥିଲା ।

ଠିକ୍ ଏହି ସମୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅନ୍ୟ ଗୋଷ୍ଠୀର ଲୋକେ ଆକ୍ରମଣ କରିଥିଲା । ଏହି ଆକ୍ରମଣରେ ୪ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ସାଇଁକୂଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି । ସେପଟେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଛି ।

Related Posts