ଗୁଜୁରାଟର ଅମ୍ବାଜୀ ମନ୍ଦିରକୁ ଯାଉଥିବା ଶ୍ରଦ୍ଧାଳୁଙ୍କ ଉପରେ ଗାଡି ମାଡ଼ିଯିବା ଘଟଣା: ମୃତକ ଓ ଆହତଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ: ଗୁଜୁରାଟର ଆରାଭାଲୀ ଜିଲାର ଅମ୍ବାଜୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ଏନେଇ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଦୁଃଖ ପ୍ରକାଶ କରିଛନ୍ତି । ଏଥିସହ ମୃତକଙ୍କ ପାଇଁ ୪ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ,ତୀର୍ଥଯାତ୍ରୀମାନେ ଅମ୍ବାଜୀ ମନ୍ଦିରକୁ ଚାଲିଚାଲି ଯାଉଥିଲେ। ସେହି ସମୟରେ କାର୍‌ଟି ସେମାନଙ୍କ ଉପରେ ମାଡିଯାଇଥିଲା। ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।

Related Posts