ତିନି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ସତ୍ୟପାଠ ବ୍ୟୁରୋ : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଆଭ୍ୟନ୍ତରୀଣ ଓଡ଼ିଶାରେ ରହିଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ଆଜି ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କିନ୍ତୁ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ଜାଗାରେ ଆଜି ପ୍ରବଳ ବର୍ଷା ହେବ। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀଧର ମହାପାତ୍ର କହିଛନ୍ତି, “ଆଜି ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର କିଛି ଜାଗାରେ ପ୍ରବଳ ବର୍ଷା ହେବ। ଏଥିସହ କିଛି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକ ହେଉଛି- ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କନାଳ, କଟକ, ଖୋର୍ଦ୍ଧା,ନୟାଗଡ଼, କେନ୍ଦ୍ରାପଡ଼ା ଓ ଯାଜପୁର।”

Related Posts