୭ରୁ ପ୍ରବଳ ବର୍ଷିବ ବର୍ଷା

ଭୁବନେଶ୍ୱର : ଆସନ୍ତା ୭ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇଯିବ ବର୍ଷା । କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛି ବର୍ଷା। ଫଳରେ ୭ ତାରିଖରୁ ବର୍ଷା ଆରମ୍ଭ ହୋଇ ୯ ତାରିଖ ଯାଏ ବର୍ଷା ଜାରି ରହିବ । ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ ।

ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ୭ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ହୋଇପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଭାରୀ ବର୍ଷା ହୋଇପାରେ । ୭ରେ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ମାଲକାନଗିରି, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

୮ରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୯ରେ ଗଞ୍ଜାମ, ଗଜପତି, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ବିଭାଗ ପୂର୍ବାନୁମାନ କରିଛି ।

Related Posts